ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସରଳ ଲୋକଙ୍କ ସଭାରେ ଓ ମଣ୍ତଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି ।
2. ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି ।
3. ତାହାଙ୍କର କ୍ରିୟା ସମ୍ଭ୍ରମ ଓ ଗୌରବ ସ୍ଵରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ ।
4. ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ ।
5. ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ ।
6. ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି ।
7. ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ ।
8. ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ ।
9. ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତିନ୍ତ ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ ।
10. ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 111 / 150
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସରଳ ଲୋକଙ୍କ ସଭାରେ ଓ ମଣ୍ତଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି । 2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି । 3 ତାହାଙ୍କର କ୍ରିୟା ସମ୍ଭ୍ରମ ଓ ଗୌରବ ସ୍ଵରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ । 4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ । 5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ । 6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି । 7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ । 8 ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ । 9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତିନ୍ତ ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ । 10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 111 / 150
×

Alert

×

Oriya Letters Keypad References