ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଆମ୍ଭେମାନେ ବାବିଲୀୟ ନଦୀ-ମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ ।
2. ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ ।
3. କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର ।
4. ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
5. ହେ ଯିରୂଶାଲମ, ଯେବେ ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା କୌଶଳ ପାସୋରି ଯାଉ ।
6. ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ ।
7. ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର ।
8. ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ ।
9. ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 137 / 150
1 ଆମ୍ଭେମାନେ ବାବିଲୀୟ ନଦୀ-ମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ । 2 ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ । 3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର । 4 ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା? 5 ହେ ଯିରୂଶାଲମ, ଯେବେ ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା କୌଶଳ ପାସୋରି ଯାଉ । 6 ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ । 7 ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର । 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ । 9 ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 137 / 150
×

Alert

×

Oriya Letters Keypad References