ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଦାଉଦଙ୍କର ଗୀତ । ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର ।
2. କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି ।
3. କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?
4. ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି ଯେ ଛଳ ଭାବରେ ଶପଥ କରି ନାହିଁ, ସେ ।
5. ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ଵରୂପ ପରମେଶ୍ଵରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ ।
6. ଯେଉଁମାନେ ପରମେଶ୍ଵରଙ୍କୁ ଅନ୍ଵେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ଵର, ଏମାନେ ତୁମ୍ଭର ମୁଖ ଅନ୍ଵେଷଣ କରନ୍ତି । [ସେଲା
7. ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ ।
8. ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ ।
9. ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ ।
10. ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି । [ସେଲା

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 24 / 150
1 ଦାଉଦଙ୍କର ଗୀତ । ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର । 2 କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି । 3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? 4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି ଯେ ଛଳ ଭାବରେ ଶପଥ କରି ନାହିଁ, ସେ । 5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ଵରୂପ ପରମେଶ୍ଵରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ । 6 ଯେଉଁମାନେ ପରମେଶ୍ଵରଙ୍କୁ ଅନ୍ଵେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ଵର, ଏମାନେ ତୁମ୍ଭର ମୁଖ ଅନ୍ଵେଷଣ କରନ୍ତି । [ସେଲା 7 ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ । 8 ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ । 9 ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ । 10 ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି । [ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 24 / 150
×

Alert

×

Oriya Letters Keypad References