1. ଆସଫର ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?
|
2. ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ତଳୀକି ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର ।
|
4. ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି ।
|
7. ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି ।
|
8. ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ଵରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି ।
|
9. ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ ।
|
11. ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର ।
|
14. ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ ।
|
18. ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର ।
|
22. ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର ।
|