ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ ।
2. ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ ।
3. ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ ।
4. ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା ।
5. ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ ।
6. ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି ।
7. ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର ।
8. ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ ।
9. କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ ।
10. ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି । ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
11. ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି ।
12. ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 97 / 150
1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ । 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ । 3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ । 4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା । 5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ । 6 ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି । 7 ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର । 8 ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ । 9 କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ । 10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି । ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; 11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି । 12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 97 / 150
×

Alert

×

Oriya Letters Keypad References