1. ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କଲେ;
|
3. ମୋହର ଶୈଳ ସ୍ଵରୂପ ପରମେଶ୍ଵର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି । ମୋହର ଢାଲ ଓ ମୋହର ପରିତ୍ରାଣ ସ୍ଵରୂପ ଶୃଙ୍ଗ⇧, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରୁଅଛ ।
|
4. ମୁଁ ସଦାପ୍ରଭୁଙ୍କୁ ଆହ୍ଵାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି ।
|
7. ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ଵରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା ।
|
8. ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ତଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସେ ପ୍ରଜ୍ଵଳିତ ହୋଇ ଉଠିଲେ ।
|
9. ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା ।
|
16. ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ଵାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା ।
|
18. ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀ-ମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋର ପ୍ରତି ଅତି ବଳବାନ ଥିଲେ ।
|
20. ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼଠାରେ ସନ୍ତୁଷ୍ଟ ହେଲେ ।
|
28. ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କରିବ; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ ।
|
38. ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ ।
|
39. ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି ।
|
40. ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ ମୋହର କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ ।
|
41. ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀ-ମାନଙ୍କୁ ଉଚ୍ଛିନ୍ନ କଲି ।
|
42. ସେମାନେ ଅନାଇଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ ।
|
43. ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି ।
|
44. ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ ।
|
47. ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ ।
|
49. ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ ।
|
50. ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି ।
|
51. ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନ; କାଳ ଦୟା ବ୍ୟବହାର କରନ୍ତି।
|