1. ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ,
|
2. ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର ।
|
3. କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର ।
|
10. ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ ।
|
18. ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ ।
|
20. ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
|
22. ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
|
24. ଗାଦ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
|
26. ଯିହୁଦା-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
|
28. ଇଷାଖର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
|
30. ସବୂଲୂନ୍-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
|
32. ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
|
34. ମନଃଶି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
|
36. ବିନ୍ୟାମିନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
|
38. ଦାନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
|
40. ଆଶେର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
|
42. ନପ୍ତାଲି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
|
44. ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ ।
|
45. ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ ।
|
49. ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
|
50. ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ ।
|
51. ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ ।
|
52. ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ ।
|
53. ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ ।
|