ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
2. ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ ।
3. ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି ।
4. ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5. ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ ।
6. ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ ।
7. ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ ।
8. ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ ।
9. ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ ।
10. ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ ।
11. ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି ।

Notes

No Verse Added

Total 150 Chapters, Current Chapter 58 of Total Chapters 150
ଗୀତସଂହିତା 58:21
1. ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
2. ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ
3. ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି
4. ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5. ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ
6. ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ
7. ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ
8. ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ
9. ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ କରୁଣୁ ସେ କଞ୍ଚା ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ
10. ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ
11. ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି
Total 150 Chapters, Current Chapter 58 of Total Chapters 150
×

Alert

×

oriya Letters Keypad References