7. ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ ।
|
12. ତାନକ୍ ଓ ମଗିଦ୍ଦୋ ଓ ବୈଥ୍-ଶାନ୍ ଠାରୁ ଆବେଲ୍ମ-ହୋଲା ଓ ଯଗୂମିୟାମ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବୈଥ୍-ଶାନ୍ରେ ଅହୀଲୂଦର ପୁତ୍ର ବାନା ।
|
13. ରାମୋତ୍-ଗିଲୀୟଦରେ ବିନ୍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
|
19. ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା ।
|
20. ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
|
21. ପୁଣି ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ଵ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ⇧ ।
|
23. ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା ।
|
24. କାରଣ ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ପୁଣି ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା ।
|
25. ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ ।
|
27. ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ ।
|
28. ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ଵ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ ।
|
29. ଆହୁରି ପରମେଶ୍ଵର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ ।
|
31. କାରଣ ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କଲ୍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା ।
|
33. ପୁଣି ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ ।
|
34. ପୁଣି ପୃଥିବୀସ୍ଥ ଯେ ଯେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ ।
|