ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଅନନ୍ତର ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ⇧ ।
2. ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ; ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶପ୍ରଧାନ ପ୍ରତ୍ୟେକ ଅଧିପତିଙ୍କି ଆଜ୍ଞା ଦେଲେ ।
3. ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ପ୍ରାନ୍ତରରେ ନିର୍ମିତ ପରମେଶ୍ଵରଙ୍କ ସମାଗମ-ତମ୍ଵୁ ସେଠାରେ ଥିଲା ।
4. ମାତ୍ର ଦାଉଦ କିରୀୟତ୍-ଯୀୟାରୀମଠାରୁ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ଵୁ ସ୍ଥାପନ କରିଥିଲେ ।
5. ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ଵେଷଣ କଲେ ।
6. ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ଵୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକି ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ ।
7. ସେହି ରାତ୍ରି ପରମେଶ୍ଵର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ ।
8. ତହିଁରେ ଶଲୋମନ ପରମେଶ୍ଵରଙ୍କୁ କହିଲେ, ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ ।
9. ଏବେ, ହେ ସଦାପ୍ରଭୋ ପରମେଶ୍ଵର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ ।
10. ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ?
11. ତହିଁରେ ପରମେଶ୍ଵର ଶଲୋମନଙ୍କୁ କହିଲେ, ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀ-ମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
12. ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ ।
13. ତହୁଁ ଶଲୋମନ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ଵୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ ।
14. ଏଉତ୍ତାରେ ଶଲୋମନ ରଥ ଓ ଅଶ୍ଵାରୋହୀ-ମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରିଶହ ରଥ ଓ ବାର ହଜାର ଅଶ୍ଵାରୋହୀ ଥିଲେ; ସେମାନଙ୍କୁ ସେ ରଥନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ ।
15. ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସକାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ ।
16. ଆଉ ଶଲୋମନଙ୍କର ଅଶ୍ଵସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ ।
17. ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ଵର ମୂଲ୍ୟ ଏକ ଶହ ପଚାଶ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ଵାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଯିବାର ରୀତି ଥିଲା ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 36
1 ଅନନ୍ତର ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ⇧ । 2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ; ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶପ୍ରଧାନ ପ୍ରତ୍ୟେକ ଅଧିପତିଙ୍କି ଆଜ୍ଞା ଦେଲେ । 3 ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ପ୍ରାନ୍ତରରେ ନିର୍ମିତ ପରମେଶ୍ଵରଙ୍କ ସମାଗମ-ତମ୍ଵୁ ସେଠାରେ ଥିଲା । 4 ମାତ୍ର ଦାଉଦ କିରୀୟତ୍-ଯୀୟାରୀମଠାରୁ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ଵୁ ସ୍ଥାପନ କରିଥିଲେ । 5 ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ଵେଷଣ କଲେ । 6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ଵୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକି ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ । 7 ସେହି ରାତ୍ରି ପରମେଶ୍ଵର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ । 8 ତହିଁରେ ଶଲୋମନ ପରମେଶ୍ଵରଙ୍କୁ କହିଲେ, ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ । 9 ଏବେ, ହେ ସଦାପ୍ରଭୋ ପରମେଶ୍ଵର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ । 10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ? 11 ତହିଁରେ ପରମେଶ୍ଵର ଶଲୋମନଙ୍କୁ କହିଲେ, ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀ-ମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ; 12 ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ । 13 ତହୁଁ ଶଲୋମନ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ଵୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ । 14 ଏଉତ୍ତାରେ ଶଲୋମନ ରଥ ଓ ଅଶ୍ଵାରୋହୀ-ମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରିଶହ ରଥ ଓ ବାର ହଜାର ଅଶ୍ଵାରୋହୀ ଥିଲେ; ସେମାନଙ୍କୁ ସେ ରଥନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ । 15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସକାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ । 16 ଆଉ ଶଲୋମନଙ୍କର ଅଶ୍ଵସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ । 17 ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ଵର ମୂଲ୍ୟ ଏକ ଶହ ପଚାଶ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ଵାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଯିବାର ରୀତି ଥିଲା ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 36
×

Alert

×

Oriya Letters Keypad References