1. ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ ।
|
3. ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ ଓ ତହିଁର କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ ।
|
9. ଅନନ୍ତର ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ଵର ଦୈର୍ଘ୍ୟ ଏକଶତ ହସ୍ତ ହେବ ।
|
11. ତଦ୍ରୂପ ଉତ୍ତର ପାର୍ଶ୍ଵରେ ଏକଶତ ହସ୍ତ ଦୀର୍ଘ ପରଦା ହେବ ଓ ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ ।
|
16. ପୁଣି ପ୍ରାଙ୍ଗଣର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରୀ ଚୁଙ୍ଗୀ ହେବ ।
|
17. ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତହିଁର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ ।
|
18. ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ ।
|
20. ଆଉ ନିତ୍ୟ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନମାନଙ୍କୁ ଆଜ୍ଞା ଦେବ।
|
21. ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ ।
|