2. ତହିଁରେ ରାମ୍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ଵଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ଵଳିତ ହେଲା, କାରଣ ସେ ପରମେଶ୍ଵରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା ।
|
3. ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ଵଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ ।
|
6. ଅନନ୍ତର ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷା; ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ ।
|
11. ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି, କଅଣ କହିବାକୁ ହେବ, ଏହା ତୁମ୍ଭେମାନେ ଅନୁସନ୍ଧାନ କରିବାଯାଏ ତୁମ୍ଭମାନଙ୍କ ଯୁକ୍ତି ପାଇଁ ମନୋଯୋଗ କଲି ।
|
12. ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା ।
|
13. ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ; ପରମେଶ୍ଵର ତାହାକୁ ପରାସ୍ତ କରି ପାରିବେ, ମନୁଷ୍ୟନୁହେଁ;
|
16. ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି ମୁଁ ଅପେକ୍ଷା କରିବି?
|
21. ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ ।
|