1. ପ୍ରଭାତ ହୁଅନ୍ତେ, ସମସ୍ତ ପ୍ରଧାନଯାଜକ, ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିପକ୍ଷରେ ମନ୍ତ୍ରଣା କଲେ,
|
3. ସେତେବେଳେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣକାରୀ ଯିହୁଦା, ସେ ପ୍ରାଣଦଣ୍ତାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା,
|
4. ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? ତୁ ତାହା ବୁଝ୍ ।
|
6. କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରା-ଗୁଡ଼ାକ ଘେନି କହିଲେ, ଏହା ଭଣ୍ତାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ ।
|
9. ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ-ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟସ୍ଵରୂପେ ସେହି ତିରିଶଗୋଟି ରୌପ୍ୟମୁଦ୍ରା ସେମାନେ ଘେନି
|
11. ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜାଣ? ଯୀଶୁ କହିଲେ, ଆପଣ କହୁଅଛନ୍ତି।
|
14. ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟ; ଚମତ୍କୃତ ହେଲେ ।
|
15. କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକି ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନ-କର୍ତ୍ତାଙ୍କର ରୀତି ଥିଲା ।
|
17. ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?
|
19. ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ଵପ୍ନରେ ବହୁତ କଷ୍ଟ ଭୋଗିଅଛି ।
|
20. ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକ-ସମୂହକୁ ମଣାଇଲେ ।
|
21. ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କର ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ ।
|
22. ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି ଆମ୍ଭେ କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
|
23. ସେଥିରେ ସେ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
|
24. ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାନ୍ତି, ବରଞ୍ଚ ଆହୁରି ଗଣ୍ତଗୋଳ ହେଉଅଛି, ସେତେବେଳେ ସେ ଜଳ ଘେନି ଲୋକସମୂହ ସାକ୍ଷାତରେ ହସ୍ତ ପ୍ରକ୍ଷାଳନ କରି କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ ।
|
26. ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
|
27. ଏଥିଉତ୍ତାରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ ।
|
29. ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ତିଏ ନଳ ଦେଲେ, ପୁଣି ତାହାଙ୍କ ସମ୍ମୁଖରେ ଜାନୁ ପାତି, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ ।
|
31. ପୁଣି, ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ ।
|
32. ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାଙ୍କୁ ବାଧ୍ୟ କଲେ ।
|
34. ତାହାଙ୍କୁ ପିତ୍ତମିଶ୍ରିତ ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ଵାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ ।
|
35. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,
|
38. ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ ।
|
40. ରେ ମନ୍ଦିର ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ ।
|
42. ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ଵାସ କରିବା ।
|
43. ସେ ଈଶ୍ଵରଙ୍କ ଉପରେ ନିର୍ଭର କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାଙ୍କୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ଵରଙ୍କ ପୁତ୍ର ।
|
44. ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ ।
|
46. ଆଉ, ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
|
48. ଆଉ, ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ଘେନି ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ତିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା ।
|
51. ପୁଣି ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
|
53. ପୁଣି ତାହାଙ୍କ ଉତ୍ଥାନ ଉତ୍ତାରେ ସେମାନେ ସମାଧିରୁ ବାହାରି ପୁଣ୍ୟ ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ ।
|
54. ଶତସେନାପତି ଓ ତାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟ; ଭୀତ ହୋଇ କହିଲେ, ସତ୍ୟ, ଏ ଈଶ୍ଵରଙ୍କ ପୁତ୍ର ଥିଲେ ।
|
55. ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
|
56. ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ ।
|
60. ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି-ଦ୍ଵାରରେ ଖଣ୍ତିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ ।
|
62. ତହିଁ ଆରଦିନ, ଅର୍ଥାତ୍, ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ନିକଟରେ ଏକତ୍ର ହୋଇ କହିଲେ,
|
63. ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ଉତ୍ତାରେ ମୁଁ ଉଠିବି ।
|
64. ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି; ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ ।
|