ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ,
2. ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର ।
3. କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର ।
4. ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ ।
5. ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର; ଶଦେୟରର ପୁତ୍ର ଇଲୀଷୂର ।
6. ଶିମୀୟୋନ ବଂଶର ସୂରୀସଦ୍ଦୟର ପୁତ୍ର ଶଲୁମୀୟେଲ୍ ।
7. ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍
8. ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ୍ ।
9. ସବୂଲୂନ ବଂଶର; ହେଲୋନର ପୁତ୍ର ଇଲୀୟାବ୍ ।
10. ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ ।
11. ବିନ୍ୟାମିନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍ ।
12. ଦାନ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ।
13. ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ ।
14. ଗାଦ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ।
15. ନପ୍ତାଲି ବଂଶର; ଐନନର ପୁତ୍ର ଅହୀର ।
16. ଏମାନେ ମଣ୍ତଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ ।
17. ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ ।
18. ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ ।
19. ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ ।
20. ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
21. ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା ।
22. ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
23. ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା ।
24. ଗାଦ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
25. ଗାଦ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା ।
26. ଯିହୁଦା-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
27. ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା ।
28. ଇଷାଖର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
29. ଇଷାଖର ବଂଶର ଗଣିତ ଲୋକସଂଖ୍ୟା ଚଉବନ ହଜାର ଚାରି ଶହ ହେଲା ।
30. ସବୂଲୂନ୍-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
31. ସବୂଲୂନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା ।
32. ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
33. ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା ।
34. ମନଃଶି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
35. ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା ।
36. ବିନ୍ୟାମିନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
37. ବିନ୍ୟାମିନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା ।
38. ଦାନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
39. ଦାନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା ।
40. ଆଶେର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
41. ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା ।
42. ନପ୍ତାଲି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
43. ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା ।
44. ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ ।
45. ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ ।
46. ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା ।
47. ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ ।
48. କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
49. ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
50. ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ ।
51. ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ ।
52. ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ ।
53. ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ ।
54. ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 36
ଗଣନା ପୁସ୍ତକ 1:4
1 ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ, 2 ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର । 3 କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର । 4 ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ । 5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର; ଶଦେୟରର ପୁତ୍ର ଇଲୀଷୂର । 6 ଶିମୀୟୋନ ବଂଶର ସୂରୀସଦ୍ଦୟର ପୁତ୍ର ଶଲୁମୀୟେଲ୍ । 7 ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍ 8 ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ୍ । 9 ସବୂଲୂନ ବଂଶର; ହେଲୋନର ପୁତ୍ର ଇଲୀୟାବ୍ । 10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ । 11 ବିନ୍ୟାମିନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍ । 12 ଦାନ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର । 13 ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ । 14 ଗାଦ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ । 15 ନପ୍ତାଲି ବଂଶର; ଐନନର ପୁତ୍ର ଅହୀର । 16 ଏମାନେ ମଣ୍ତଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ । 17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ । 18 ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ । 19 ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ । 20 ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; 21 ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା । 22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ; 23 ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା । 24 ଗାଦ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; 25 ଗାଦ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା । 26 ଯିହୁଦା-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; 27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା । 28 ଇଷାଖର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; 29 ଇଷାଖର ବଂଶର ଗଣିତ ଲୋକସଂଖ୍ୟା ଚଉବନ ହଜାର ଚାରି ଶହ ହେଲା । 30 ସବୂଲୂନ୍-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; 31 ସବୂଲୂନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା । 32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ; 33 ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା । 34 ମନଃଶି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; 35 ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା । 36 ବିନ୍ୟାମିନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ; 37 ବିନ୍ୟାମିନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା । 38 ଦାନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; 39 ଦାନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା । 40 ଆଶେର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; 41 ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା । 42 ନପ୍ତାଲି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ; 43 ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା । 44 ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ । 45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ । 46 ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା । 47 ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ । 48 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, 49 ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ; 50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ । 51 ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ । 52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ । 53 ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ । 54 ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 36
Common Bible Languages
West Indian Languages
×

Alert

×

oriya Letters Keypad References