4. ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ନାମ ଆପଣା ଓଷ୍ଠାଧରରେ ନେବି ନାହିଁ ।
|
7. ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ ।
|
8. ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ ।
|
10. କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ ।
|
11. ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ ।
|