1. ଦାଉଦଙ୍କର ଗୀତ । ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର । ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଂଗେ ଯୁଦ୍ଧ କର ।
|
3. ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ ।
|
4. ମୋʼ ପ୍ରାଣର ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟଚିନ୍ତକମାନେ ବିମୁଖ ଓ ଘାବରା ହେଉନ୍ତୁ ।
|
7. ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳି ଅଛନ୍ତି ।
|
10. ମୋହର ଅସ୍ଥିସକଳ କହିବ, ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକି ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ ।
|
14. ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି ।
|
15. ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷା; ନୋହିଲେ;
|
17. ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ଵଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର (ଆତ୍ମାକୁ) ରକ୍ଷା କର ।
|
19. ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ । କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ଆକ୍ଷିଠାର ମାରିବାକୁ ଦିଅ ନାହିଁ ।
|
21. ହଁ, ସେମାନେ ମୋʼ ବିରୁଦ୍ଧରେ ଆପଣା ଆପଣା ମୁଖ ବଡ଼ କରି ମେଲା କଲେ; ସେମାନେ କହିଲେ, ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି ।
|
23. ହେ ମୋହର ପରମେଶ୍ଵର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ ।
|
24. ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ ।
|
25. ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା, ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ ବୋଲି ସେମାନେ ନ କହନ୍ତୁ ।
|
26. ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ଘାବରା ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ ।
|
27. ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ଵନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ ।
|