ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ଵରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ ।
2. ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ଵରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
3. କିନ୍ତୁ ସ୍ଵର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ ।
4. ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି ।
5. ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୁଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି ।
6. ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହିସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ଵରଙ୍କର ସପ୍ତ ଆତ୍ମା ।
7. ସେ ଆସି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ ।
8. ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାସ୍ଵରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।
9. ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,
10. ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ ।
11. ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ଵର ଶୁଣିଲି; ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।
12. ସେମାନେ ଉଚ୍ଚ ସ୍ଵରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି ।
13. ଆଉ ମୁଁ ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା, ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର ।
14. ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ ।

Notes

No Verse Added

Total 22 Chapters, Current Chapter 5 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5
1. ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ଵରେ ଲିଖିତ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ
2. ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ଵରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
3. କିନ୍ତୁ ସ୍ଵର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ
4. ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ମିଳିବାରୁ ମୁଁ ଅତିଶୟ ରୋଦନ କଲି
5. ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୁଦା ବଂଶଜାତ ସିଂହ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି
6. ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ସପ୍ତ ଚକ୍ଷୁ; ସେହିସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ଵରଙ୍କର ସପ୍ତ ଆତ୍ମା
7. ସେ ଆସି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ
8. ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ସାଧୁମାନଙ୍କ ପ୍ରାର୍ଥନାସ୍ଵରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା
9. ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,
10. ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ
11. ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି ସିଂହାସନ, ପ୍ରାଣୀ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ଵର ଶୁଣିଲି; ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଅୟୁତ ଅୟୁତ
12. ସେମାନେ ଉଚ୍ଚ ସ୍ଵରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି
13. ଆଉ ମୁଁ ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା, ସମ୍ଭ୍ରମ, ଗୌରବ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ମେଷଶାବକଙ୍କର
14. ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ
Total 22 Chapters, Current Chapter 5 of Total Chapters 22
×

Alert

×

oriya Letters Keypad References