1. ଅନନ୍ତର ମୁଁ ପୁନର୍ବାର ଚକ୍ଷୁ ଟେକି ଅନାଇଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା; ସେହି ପର୍ବତ ପିତ୍ତଳମୟ ପର୍ବତ ଥିଲା ।
|
5. ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, ଏମାନେ ସ୍ଵର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି ।
|
6. ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ଵଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ଵଗଣ ସେମାନଙ୍କ ପଶ୍ଚାଦ୍ଗମନ କଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ଵଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ ।
|
7. ପୁଣି, ପାଣ୍ତୁରବର୍ଣ୍ଣ ଅଶ୍ଵଗଣ ବାହାର ହେଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର; ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ ।
|
8. ସେତେବେଳେ ସେ ମୋତେ ଡାକି କହିଲେ, ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାକୁ ସୁସ୍ଥିର କରିଅଛନ୍ତି ।
|
10. ନିର୍ବାସିତ ଲୋକମାନଙ୍କରୁ, ଅର୍ଥାତ୍, ହିଲ୍ଦୟ, ଟୋବୀୟ ଓ ଯିଦାୟଠାରୁ ଗ୍ରହଣ କର; ଆଉ, ସେମାନେ ଯେଉଁ ସିଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ଏହି ଦିନ ଆସି ସେଠାକୁ ଯାଅ;
|
11. ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ;
|
12. ପୁଣି, ତାଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ; ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେଣ;
|
13. ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ଵ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ମନ୍ତ୍ରଣା ହେବ ।
|
14. ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ସ୍ମରଣାର୍ଥେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦାୟର, ଆଉ ସିଫନୀୟର ପୁତ୍ର ହେନର ନିମନ୍ତେ ରହିବ ।
|
15. ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ । ପୁଣି, ତୁମ୍ଭେମାନେ ଯେବେ ଯନିପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ ।
|