ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ
1. ଅନନ୍ତର ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ ଯାତ୍ରା. ୨୫:୧୦-୨୦
2. ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ ।
3. ପୁଣି ତହିଁର ଚାରି କୋଣ ନିମନ୍ତେ ଚାରି ସ୍ଵର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ଦେଲେ ।
4. ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ
5. ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ଵସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ ।
6. ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ ।
7. ପୁଣି ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ତରେ ରଖିଲେ ।
8. ତହିଁର ଏକ ମୁଣ୍ତରେ ଏକ କିରୂବ ଓ ଅନ୍ୟ ମୁଣ୍ତରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ତରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ ।
9. ପୁଣି କିରୂବମାନଙ୍କର ପକ୍ଷ ଊର୍ଦ୍ଧ୍ଵବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା ।
10. ତହିଁ ଉତ୍ତାରୁ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ ।
11. ପୁଣି ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ ।
12. ପୁଣି ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ ।
13. ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ ।
14. ସେହି କଡ଼ା ପାର୍ଶ୍ଵ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା ।
15. ପୁଣି ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ ।
16. ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀଓ ଚମସ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ ।
17. ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା ।
18. ସେହି ଦୀପବୃକ୍ଷର ଏକ ପାର୍ଶ୍ଵରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ଵରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ଵରୁ ନିର୍ଗତ ହେଲା ।
19. ପୁଣି ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା ।
20. ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା ।
21. ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିଲା ।
22. ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା ।
23. ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ ।
24. ସେ ଏକ ମହଣ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ ।
25. ଅନନ୍ତର ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା ।
26. ଆଉ, ତାହା ଓ ତହିଁର ପୃଷ୍ଠ ଓ ତହିଁର ଚାରି ପାର୍ଶ୍ଵ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ ।
27. ପୁଣି ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ଵର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ ।
28. ଆଉ ଶିଟୀମ୍ କାଷ୍ଠରେ ସାଙ୍ଗୀ କଲେଓ ତାହା ସୁବର୍ଣ୍ଣରେ ମଡ଼ାଇଲେ ।
29. ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧିଦ୍ରବ୍ୟ ପ୍ରସ୍ତୁତ କଲେ ।

Notes

No Verse Added

Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 37 / 40
ଯାତ୍ରା ପୁସ୍ତକ 37:47
1 ଅନନ୍ତର ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ ଯାତ୍ରା. ୨୫:୧୦-୨୦ 2 ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ । 3 ପୁଣି ତହିଁର ଚାରି କୋଣ ନିମନ୍ତେ ଚାରି ସ୍ଵର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ଦେଲେ । 4 ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ 5 ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ଵସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ । 6 ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ । 7 ପୁଣି ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ତରେ ରଖିଲେ । 8 ତହିଁର ଏକ ମୁଣ୍ତରେ ଏକ କିରୂବ ଓ ଅନ୍ୟ ମୁଣ୍ତରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ତରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ । 9 ପୁଣି କିରୂବମାନଙ୍କର ପକ୍ଷ ଊର୍ଦ୍ଧ୍ଵବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା । 10 ତହିଁ ଉତ୍ତାରୁ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ । 11 ପୁଣି ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ । 12 ପୁଣି ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ । 13 ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ । 14 ସେହି କଡ଼ା ପାର୍ଶ୍ଵ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା । 15 ପୁଣି ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ । 16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀଓ ଚମସ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ । 17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା । 18 ସେହି ଦୀପବୃକ୍ଷର ଏକ ପାର୍ଶ୍ଵରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ଵରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ଵରୁ ନିର୍ଗତ ହେଲା । 19 ପୁଣି ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା । 20 ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା । 21 ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିଲା । 22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା । 23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ । 24 ସେ ଏକ ମହଣ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ । 25 ଅନନ୍ତର ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା । 26 ଆଉ, ତାହା ଓ ତହିଁର ପୃଷ୍ଠ ଓ ତହିଁର ଚାରି ପାର୍ଶ୍ଵ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ । 27 ପୁଣି ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ଵର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ । 28 ଆଉ ଶିଟୀମ୍ କାଷ୍ଠରେ ସାଙ୍ଗୀ କଲେଓ ତାହା ସୁବର୍ଣ୍ଣରେ ମଡ଼ାଇଲେ । 29 ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧିଦ୍ରବ୍ୟ ପ୍ରସ୍ତୁତ କଲେ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 37 / 40
Common Bible Languages
West Indian Languages
×

Alert

×

oriya Letters Keypad References