ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ
1. ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ-ବଂଶ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ-ବଂଶ ।
3. ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ପ୍ରସ୍ଥାନ କରିବା ପାଇଁ ସମ୍ଵଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ଵସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ । ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ ।
4. ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଆପଣା ସମ୍ଵଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ ।
5. ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ଦେଇ (ସମ୍ଵଳ) ବାହାର କରି ଦିଅ ।
6. ସେମାନଙ୍କ ସାକ୍ଷାତରେ ତାହା ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ ।
7. ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଦିନ ବେଳେ ଆପଣା ସମ୍ଵଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବହି ନେଲି ।
8. ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
9. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କʼଣ କରୁଅଛ ବୋଲି ଇସ୍ରାଏଲ-ବଂଶ, ସେହି ବିଦ୍ରୋହୀ-ବଂଶ କି ତୁମ୍ଭକୁ ପଚାରି ନାହାନ୍ତି?
10. ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲର ବଂଶର ସମ୍ପର୍କୀୟ ଅଟେ ।
11. ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ଵରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ ।
12. ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବହି ବାହାରି ଯିବନ୍ତ ଲୋକମାନେ ବହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ ।
13. ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ ।
14. ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ୍ ଆମ୍ଭେ ଖଡ଼୍‍ଗ ନିଷ୍କୋଷ କରିବା ।
15. ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
16. ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
17. ଆହୁରି ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
18. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର;
19. ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ଵରୁ ଶୂନ୍ୟ ହେବ ।
20. ଆଉ, ବସତିବିଶିଷ୍ଟ ନଗରସବୁ ଉତ୍ସନ୍ନ ଓ ଦେଶ ଧ୍ଵଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
21. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
22. ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ଵ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?
23. ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, କାଳ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ ।
24. କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ-ବଂଶ ମଧ୍ୟରେ ଆଉ ରହିବ ନାହିଁ ।
25. କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ଵ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା ।
26. ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
27. ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ-ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ଵର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛି ।
28. ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ଵ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।

ରେକର୍ଡଗୁଡିକ

Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 48
1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ-ବଂଶ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ-ବଂଶ । 3 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ପ୍ରସ୍ଥାନ କରିବା ପାଇଁ ସମ୍ଵଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ଵସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ । ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ । 4 ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଆପଣା ସମ୍ଵଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ । 5 ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ଦେଇ (ସମ୍ଵଳ) ବାହାର କରି ଦିଅ । 6 ସେମାନଙ୍କ ସାକ୍ଷାତରେ ତାହା ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ । 7 ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଦିନ ବେଳେ ଆପଣା ସମ୍ଵଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବହି ନେଲି । 8 ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 9 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କʼଣ କରୁଅଛ ବୋଲି ଇସ୍ରାଏଲ-ବଂଶ, ସେହି ବିଦ୍ରୋହୀ-ବଂଶ କି ତୁମ୍ଭକୁ ପଚାରି ନାହାନ୍ତି? 10 ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲର ବଂଶର ସମ୍ପର୍କୀୟ ଅଟେ । 11 ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ଵରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ । 12 ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବହି ବାହାରି ଯିବନ୍ତ ଲୋକମାନେ ବହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ । 13 ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ । 14 ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ୍ ଆମ୍ଭେ ଖଡ଼୍‍ଗ ନିଷ୍କୋଷ କରିବା । 15 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 16 ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 17 ଆହୁରି ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 18 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର; 19 ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ଵରୁ ଶୂନ୍ୟ ହେବ । 20 ଆଉ, ବସତିବିଶିଷ୍ଟ ନଗରସବୁ ଉତ୍ସନ୍ନ ଓ ଦେଶ ଧ୍ଵଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ । 21 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 22 ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ଵ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି? 23 ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, କାଳ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ । 24 କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ-ବଂଶ ମଧ୍ୟରେ ଆଉ ରହିବ ନାହିଁ । 25 କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ଵ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା । 26 ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 27 ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ-ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ଵର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛି । 28 ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ଵ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 48
×

Alert

×

Oriya Letters Keypad References