ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହୋଶୂୟ
1. ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟିମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ ।
2. ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;
3. ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ ।
4. ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ ।
5. ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ ।
6. ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର । ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ ।
7. ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ ।
8. ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ ।
9. ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଶୁଣ ।
10. ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ଵର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତା; ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ଵାରା ଜାଣି ପାରିବ ।
11. ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି ।
12. ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର ।
13. ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଊର୍ଦ୍ଧ୍ଵ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ ।
14. ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ଵୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ ।
15. ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବାମାତ୍ର,
16. ଊର୍ଦ୍ଧ୍ଵରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ୍ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲାନ୍ତପୁଣି ପଦା-ଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ ।
17. ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ ।

Notes

No Verse Added

Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 24
ଯିହୋଶୂୟ 3:40
1 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟିମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ । 2 ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ; 3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ । 4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ । 5 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ । 6 ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର । ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ । 7 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ । 8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ । 9 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଶୁଣ । 10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ଵର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତା; ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ଵାରା ଜାଣି ପାରିବ । 11 ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି । 12 ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର । 13 ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଊର୍ଦ୍ଧ୍ଵ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ । 14 ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ଵୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ । 15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବାମାତ୍ର, 16 ଊର୍ଦ୍ଧ୍ଵରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ୍ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲାନ୍ତପୁଣି ପଦା-ଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ । 17 ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 24
Common Bible Languages
West Indian Languages
×

Alert

×

oriya Letters Keypad References