ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାର୍କଲିଖିତ ସୁସମାଚାର
1. ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା ।
2. ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି ।
3. ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ ।
4. ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ ।
5. ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଆଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା ।
6. ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ ।
7. ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା,
8. ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ଵ, ପୁଣି ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ ।
9. ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନାହା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
10. କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁ ଥିଲେ ।
11. ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ଵରଙ୍କ ପୁତ୍ର ।
12. ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ ।
13. ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ ।
14. ପୁଣି, ସେ ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
15. ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ ।
16. ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ;
17. ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
18. ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,
19. ପୁଣି ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।
20. ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ ।
21. ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ନେଇଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି ।
22. ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ,ଏହାକୁ ବାଆଲ୍ଜିବୂଲ୍ ଲାଗିଛି, ପୁଣି ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ ।
23. ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
24. ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ ।
25. ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ ।
26. ସେହିପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି ।
27. ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ ।
28. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନ-ମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ଵରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ;
29. କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ ।
30. ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ ।
31. ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ-ପଠାଇଲେ ।
32. ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକ-ସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମାଆ, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି ।
33. ଯୀଶୁ ସେମାନଙ୍କୁ ଉତ୍ତର ହେଲେ, ମୋହର ମାଆ ଓ ଭାଇମାନେ କିଏ?
34. ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମାଆ ଓ ମୋହର ଭାଇମାନେ ।
35. ଯେ କେହି ଈଶ୍ଵରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ ।
Total 16 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 16
1 2 3 4 5 6 7 8 9 10 11
1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । 2 ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି । 3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ । 4 ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ । 5 ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଆଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା । 6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ । 7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା, 8 ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ଵ, ପୁଣି ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ । 9 ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନାହା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ; 10 କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁ ଥିଲେ । 11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ଵରଙ୍କ ପୁତ୍ର । 12 ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ । 13 ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ । 14 ପୁଣି, ସେ ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, 15 ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ । 16 ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ; 17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ; 18 ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ, 19 ପୁଣି ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା । 20 ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ । 21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ନେଇଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି । 22 ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ,ଏହାକୁ ବାଆଲ୍ଜିବୂଲ୍ ଲାଗିଛି, ପୁଣି ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ । 23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? 24 ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ । 25 ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ । 26 ସେହିପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି । 27 ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ । 28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନ-ମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ଵରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ; 29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ । 30 ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ । 31 ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ-ପଠାଇଲେ । 32 ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକ-ସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମାଆ, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି । 33 ଯୀଶୁ ସେମାନଙ୍କୁ ଉତ୍ତର ହେଲେ, ମୋହର ମାଆ ଓ ଭାଇମାନେ କିଏ? 34 ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମାଆ ଓ ମୋହର ଭାଇମାନେ । 35 ଯେ କେହି ଈଶ୍ଵରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ ।
Total 16 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 16
1 2 3 4 5 6 7 8 9 10 11
×

Alert

×

Oriya Letters Keypad References