ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?
2. ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ ।
3. କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ ।
4. ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର ।
5. ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ ।
6. ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି ।
7. ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଓ ଅଧର୍ମ ଥାଏ ।
8. ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ ।
9. ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ ।
10. ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି ।
11. ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ ।
12. ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ ।
13. ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ?
14. ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ ।
15. ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର ।
16. ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି ।
17. ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
18. ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 150
ଗୀତସଂହିତା 10:77
1 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ? 2 ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ । 3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ । 4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର । 5 ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ । 6 ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି । 7 ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଓ ଅଧର୍ମ ଥାଏ । 8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ । 9 ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ । 10 ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି । 11 ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ । 12 ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ । 13 ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ? 14 ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ । 15 ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର । 16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି । 17 ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; 18 ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 150
Common Bible Languages
West Indian Languages
×

Alert

×

oriya Letters Keypad References