1. ଦାଉଦଙ୍କର ଗୀତ । ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ ।
|
3. ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ ।
|
4. ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତ-କାଳୀନ ଯାଜକ ଅଟ ।
|
6. ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ ।
|