ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର ।
2. ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର ।
3. ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ଵର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ ।
4. ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ ।
5. ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି ।
6. ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ୍ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି ।
7. ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ ।
8. ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି ।
9. ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି ।
10. ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି ।
11. ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ ।

Notes

No Verse Added

Total 150 Chapters, Current Chapter 29 of Total Chapters 150
ଗୀତସଂହିତା 29
1. ଦାଉଦଙ୍କର ଗୀତ ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ପରାକ୍ରମ କୀର୍ତ୍ତନ କର
2. ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର
3. ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ଵର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ
4. ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ
5. ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି
6. ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ୍ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି
7. ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ
8. ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି
9. ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି
10. ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି
11. ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ
Total 150 Chapters, Current Chapter 29 of Total Chapters 150
×

Alert

×

oriya Letters Keypad References