ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ । ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ । ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର ।
2. ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର ।
3. କାରଣ ମୁଁ ଆପଣା ଅଧର୍ମ ସ୍ଵୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି ।
4. ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ ।
5. ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା ।
6. ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ ।
7. ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି ।
8. ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ଵାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ ।
9. ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜ୍ଜନା କର ।
10. ହେ ପରମେଶ୍ଵର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର ।
11. ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼଠାରୁ ନିଅ ନାହିଁ ।
12. ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ଵଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ ।
13. ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ ।
14. ହେ ପରମେଶ୍ଵର, ମୋʼ ତ୍ରାଣର ପରମେଶ୍ଵର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ଵା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ଵରରେ ଗାନ କରିବ ।
15. ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ ।
16. କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ ।
17. ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ ।
18. ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର ।
19. ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 51 / 150
ଗୀତସଂହିତା 51:77
1 ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ । ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ । ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର । 2 ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର । 3 କାରଣ ମୁଁ ଆପଣା ଅଧର୍ମ ସ୍ଵୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି । 4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ । 5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା । 6 ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ । 7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି । 8 ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ଵାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ । 9 ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜ୍ଜନା କର । 10 ହେ ପରମେଶ୍ଵର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର । 11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼଠାରୁ ନିଅ ନାହିଁ । 12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ଵଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ । 13 ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ । 14 ହେ ପରମେଶ୍ଵର, ମୋʼ ତ୍ରାଣର ପରମେଶ୍ଵର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ଵା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ଵରରେ ଗାନ କରିବ । 15 ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ । 16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ । 17 ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ । 18 ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର । 19 ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 51 / 150
Common Bible Languages
West Indian Languages
×

Alert

×

oriya Letters Keypad References