1. ଇଷ୍ରାହୀୟ ଏଥନର ମସ୍କୀଲ୍ । ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ଵସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି ।
|
5. ହେ ସଦାପ୍ରଭୋ, ସ୍ଵର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ଵସ୍ତତାର ପ୍ରଶଂସା କରିବ ।
|
7. ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି?
|
8. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ହେ ଯାଃ, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ଵସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ ।
|
9. ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ଵ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶା; କରୁଅଛ ।
|
10. ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ ।
|
15. ଯେଉଁ ଲୋକେ ଆନନ୍ଦଧ୍ଵନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି ।
|
19. ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି କହିଲ, ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ ।
|
33. ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକା; ନେବା ନାହିଁ; କିଅବା ଆମ୍ଭ ବିଶ୍ଵସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ ।
|
47. ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନସମସ୍ତଙ୍କୁ ସୃଷ୍ଟି କରିଅଛ!
|
49. ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ଵସ୍ତତା ଦ୍ଵାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?
|
50. ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରା; ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର ।
|
51. ହେ ସଦାପ୍ରଭୋ, ତଦ୍ଦ୍ଵାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ଵାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରି-ଅଛନ୍ତି ।
|