ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ ମଧ୍ୟରୁ, ଆହୁରି ଇଫ୍ରୟିମ୍ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ । ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ ।
2. ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ଵାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ ।
3. ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍, ପ୍ରଭାତୀୟ ଓ ସାୟଂକାଳୀୟ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ ।
4. ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ ।
5. ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଓ ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ ।
6. ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ ।
7. ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ ।
8. ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ ।
9. ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,
10. ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି ।
11. ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ ।
12. ଏଉତ୍ତାରେ ଲୋକମାନେ ବିଶ୍ଵସ୍ତ ରୂପେ ଉପହାର ଓ ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ଵିତୀୟ ଥିଲା ।
13. ପୁଣି, ଯିହୀୟେଲ ଓ ଅସସୀୟ ଓ ନହତ୍ ଓ ଅସାହେଲ୍ ଓ ଯିରେମୋତ୍ ଓ ଯୋଷାବଦ୍ ଓ ଇଲୀୟେଲ ଓ ଯିଷ୍ମଖୀୟ ଓ ମାହତ୍ ଓ ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ଵରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ଵାରା କନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ ।
14. ଆଉ, ଲେବୀୟ ଯିସ୍ନାର ପୁତ୍ର କୋରି, ଯେ ପୂର୍ବ ଦିଗ ଦ୍ଵାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା ।
15. ପୁଣି, ତାହାର ଅଧୀନରେ ଏଦନ୍ ଓ ମିନ୍ୟାମୀନ ଓ ଯେଶୂୟ ଓ ଶମୟୀୟ ଓ ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;
16. ସେମାନଙ୍କ ଛଡ଼ା ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ;
17. ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;
18. ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ର କନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;
19. ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ ।
20. ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ଵସ୍ତତାର କର୍ମ କଲେ ।
21. ଆଉ, ସେ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କରିବା ନିମନ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 36
ଦିତୀୟ ବଂଶାବଳୀ 31
1 ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ ମଧ୍ୟରୁ, ଆହୁରି ଇଫ୍ରୟିମ୍ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ । ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ । 2 ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ଵାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ । 3 ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍, ପ୍ରଭାତୀୟ ଓ ସାୟଂକାଳୀୟ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ । 4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ । 5 ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଓ ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ । 6 ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ । 7 ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ । 8 ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ । 9 ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ, 10 ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି । 11 ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ । 12 ଏଉତ୍ତାରେ ଲୋକମାନେ ବିଶ୍ଵସ୍ତ ରୂପେ ଉପହାର ଓ ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ଵିତୀୟ ଥିଲା । 13 ପୁଣି, ଯିହୀୟେଲ ଓ ଅସସୀୟ ଓ ନହତ୍ ଓ ଅସାହେଲ୍ ଓ ଯିରେମୋତ୍ ଓ ଯୋଷାବଦ୍ ଓ ଇଲୀୟେଲ ଓ ଯିଷ୍ମଖୀୟ ଓ ମାହତ୍ ଓ ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ଵରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ଵାରା କନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ । 14 ଆଉ, ଲେବୀୟ ଯିସ୍ନାର ପୁତ୍ର କୋରି, ଯେ ପୂର୍ବ ଦିଗ ଦ୍ଵାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା । 15 ପୁଣି, ତାହାର ଅଧୀନରେ ଏଦନ୍ ଓ ମିନ୍ୟାମୀନ ଓ ଯେଶୂୟ ଓ ଶମୟୀୟ ଓ ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ; 16 ସେମାନଙ୍କ ଛଡ଼ା ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; 17 ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ; 18 ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ର କନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ; 19 ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ । 20 ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ଵସ୍ତତାର କର୍ମ କଲେ । 21 ଆଉ, ସେ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କରିବା ନିମନ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 36
Common Bible Languages
West Indian Languages
×

Alert

×

oriya Letters Keypad References