ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ରାଜାବଳୀ
1. ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କର ଅଧିକାରର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସଙ୍କର ପୁତ୍ର ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
2. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କର କନ୍ୟା ଥିଲେ ।
3. ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
4. ସେ ଉଚ୍ଚସ୍ଥଳୀସବୁ ଦୂର କରିଦେଲେ ଓ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ-ସର୍ପ ଖଣ୍ତ ଖଣ୍ତ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ଵଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ-ଖଣ୍ତ) ରଖିଲେ ।
5. ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ ।
6. କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ ।
7. ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ; ଆଉ ସେ ଅଶୂର-ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ ।
8. ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟ-ମାନଙ୍କୁ ସଂହାର କଲେ ।
9. ଅନନ୍ତର ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର୍ ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା ।
10. ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କର ଅଧିକାରର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା ।
11. ଏଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା ।
12. କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ ।
13. ଏଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ପ୍ରତିକୂଳରେ ଆସି ତାହାସବୁ ହସ୍ତଗତ କଲା ।
14. ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି । ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନିଶହ ତାଳ; ରୂପା ଓ ତିରିଶ ତାଳ; ସୁନା ନିରୂପଣ କଲା ।
15. ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ ।
16. ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ଵାରା ମଣ୍ତିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ ।
17. ଅନନ୍ତର ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତନ ଓ ରବ୍ସାରୀସ୍ ଓ ରବ୍ଶାକିକି ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ କତିକି ପଠାଇଲା । ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ । ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ ।
18. ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲୀୟାକିମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ ।
19. ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ?
20. ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା । ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
21. ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର ।
22. ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି?
23. ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ ।
24. ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ? କିରୂପେ ତୁମ୍ଭେ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରୁଅଛ?
25. ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର ।
26. ଏଥିରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ ।
27. ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?
28. ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚୈସ୍ଵରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ ।
29. ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ;
30. କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ଵାସ ନ ଜନ୍ମାଉ ।
31. ହିଜକୀୟର କଥା ଶୁଣ ନାହିଁ କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରିଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;
32. ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୋଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ ।
33. ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
34. ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
35. ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?
36. ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା ।
37. ଏଉତ୍ତାରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍ଶାକିର କଥାସବୁ ତାଙ୍କୁ ଜଣାଇଲେ ।

Notes

No Verse Added

Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 25
ଦିତୀୟ ରାଜାବଳୀ 18
1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କର ଅଧିକାରର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସଙ୍କର ପୁତ୍ର ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କଲେ । 2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କର କନ୍ୟା ଥିଲେ । 3 ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ । 4 ସେ ଉଚ୍ଚସ୍ଥଳୀସବୁ ଦୂର କରିଦେଲେ ଓ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ-ସର୍ପ ଖଣ୍ତ ଖଣ୍ତ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ଵଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ-ଖଣ୍ତ) ରଖିଲେ । 5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ । 6 କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ । 7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ; ଆଉ ସେ ଅଶୂର-ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ । 8 ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟ-ମାନଙ୍କୁ ସଂହାର କଲେ । 9 ଅନନ୍ତର ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର୍ ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା । 10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କର ଅଧିକାରର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା । 11 ଏଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା । 12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ । 13 ଏଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ପ୍ରତିକୂଳରେ ଆସି ତାହାସବୁ ହସ୍ତଗତ କଲା । 14 ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି । ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନିଶହ ତାଳ; ରୂପା ଓ ତିରିଶ ତାଳ; ସୁନା ନିରୂପଣ କଲା । 15 ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ । 16 ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ଵାରା ମଣ୍ତିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ । 17 ଅନନ୍ତର ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତନ ଓ ରବ୍ସାରୀସ୍ ଓ ରବ୍ଶାକିକି ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ କତିକି ପଠାଇଲା । ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ । ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ । 18 ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲୀୟାକିମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ । 19 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ? 20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା । ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ? 21 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର । 22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି? 23 ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ । 24 ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ? କିରୂପେ ତୁମ୍ଭେ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରୁଅଛ? 25 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର । 26 ଏଥିରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ । 27 ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି? 28 ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚୈସ୍ଵରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ । 29 ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ; 30 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ଵାସ ନ ଜନ୍ମାଉ । 31 ହିଜକୀୟର କଥା ଶୁଣ ନାହିଁ କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରିଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର; 32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୋଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ । 33 ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି? 34 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି? 35 ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ? 36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା । 37 ଏଉତ୍ତାରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍ଶାକିର କଥାସବୁ ତାଙ୍କୁ ଜଣାଇଲେ ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 25
Common Bible Languages
West Indian Languages
×

Alert

×

oriya Letters Keypad References