1. ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ;
2. ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ । ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
3. ପରୀୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ ।
4. ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ ।
5. ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ ।
6. ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ ।
7. ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ ।
8. ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ ।
9. ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ ।
10. ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ ।
11. ବେବୟର ସନ୍ତାନ ଛଅ ଶହ ତେଇଶ ଜଣ ।
12. ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ ।
13. ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ ।
14. ବିଗ୍ବୟର ସନ୍ତାନ ଦୁଇ ହଜାର ଛପନ ଜଣ ।
15. ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ ।
16. ହିଜକୀୟର ବଂଶଜାତ ଆଟରର ସନ୍ତାନ ଅଠାନବେ ଜଣ ।
17. ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ ।
18. ଯୋରାହର ସନ୍ତାନ ଏକ ଶହ ବାର ଜଣ ।
19. ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ ।
20. ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ ।
21. ବୈଥ୍ଲେହମର ସନ୍ତାନ ଏକ ଶହ ତେଇଶ ଜଣ ।
22. ନଟୋଫାର ଲୋକ ଛପନ ଜଣ ।
23. ଅନାଥୋତର ଲୋକ ଏକ ଶହ ଅଠାଇଶ ଜଣ ।
24. ଅସ୍ମାବତର ସନ୍ତାନ ବୟାଳିଶ ଜଣ ।
25. କିରୀୟତ୍-ୟାରିମ୍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ ।
26. ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ୍ ଜଣ ।
27. ମିକ୍ମସର ଲୋକ ଏକ ଶହ ବାଇଶ ଜଣ ।
28. ବୈଥେଲ୍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ ।
29. ନବୋର ସନ୍ତାନ ବାଆନ ଜଣ ।
30. ମଗ୍ବୀଶର ସନ୍ତାନ ଏକ ଶହ ଛପନ ଜଣ ।
31. ଅନ୍ୟ ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ ।
32. ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ ।
33. ଲୋଦ୍ ଓ ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ ।
34. ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ ।
35. ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ ।
36. ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ ।
37. ଇମ୍ମେରର ସନ୍ତାନ ଏକ ହଜାର ବାଆନ ଜଣ ।
38. ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ ।
39. ହାରୀମର ସନ୍ତାନ ଏକ ହଜାର ସତର ଜଣ ।
40. ଲେବୀୟମାନଙ୍କ ସଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ ।
41. ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ ।
42. ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ ।
43. ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
44. କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
45. ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ;
46. ହାଗାର ସନ୍ତାନଗଣ, ଶମ୍ଲୟର ସନ୍ତାନଗଣ, ହାନନର ସନ୍ତାନଗଣ;
47. ଗଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
48. ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
49. ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
50. ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
51. ବକ୍ବୁକର ସନ୍ତାନଗଣ, ହକୁଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
52. ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନ-ଗଣ,ହର୍ଶାର ସନ୍ତାନଗଣ;
53. ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
54. ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ ।
55. ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
56. ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
57. ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
58. ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ ।
59. ପୁଣି ତେଲ୍ମେଲହ, ତେଲ୍ହର୍ଶା, କରୁବ, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
60. ଦଲାୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାଆନ ଜଣ ।
61. ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା ।
62. ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକପଦଚ୍ୟୁତ ହେଲେ ।
63. ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ ।
64. ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ ।
65. ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ । ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ ।
66. ସେମାନଙ୍କର ସାତ ଶହ ଛତିଶ ଅଶ୍ଵ; ଦୁଇ ଶହ ପଞ୍ଚଚାଳିଶ ଖଚର;
67. ଚାରି ଶହ ପଞ୍ଚତିରିଶ ଉଷ୍ଟ୍ର; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ ।
68. ଏଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ଵରଙ୍କର ସେହି ଗୃହ ସ୍ଵସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ ।
69. ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ ଏକଷଠି ହଜାର ଡାରିକ୍ ସ୍ଵର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ ।
70. ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ଵାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ ।