ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏକ ଖଣ୍ତ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି);
2. ଆଉ, ମୁଁ ପ୍ରମାଣର ନିମନ୍ତେ ଉରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ସଖରିଅକୁ ଆପଣାର ବିଶ୍ଵସ୍ତ ସାକ୍ଷୀ କରିବି ।
3. ଅନନ୍ତର ମୁଁ ଭବିଷ୍ୟଦ୍ବକ୍ତ୍ରୀଠାରେ ଗମନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା । ତେବେ ସଦାପ୍ରଭୁ ମୋତେ କହିଲେ, ତାହାର ନାମ ମହେରଶାଲଲହାଶ୍-ବସ୍ ରଖ ।
4. କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦାମାସ୍କସ୍ ଧନ ଓ ଶମରୀୟାର ଲୁଟ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ ।
5. ଅନନ୍ତର ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
6. ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
7. ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ ଓ ଅପାର ଜଳ ସ୍ଵରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
8. ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ଵାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ ।
9. ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ ।
10. ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ନୋହିବ; ଯେହେତୁ ପରମେଶ୍ଵର ଆମ୍ଭମାନଙ୍କ ସହିତ ଅଛନ୍ତି ।
11. କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
12. ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରା; ବୋଲି କହିବେ; ତୁମ୍ଭେମାନେ ସେସବୁକୁ ଚକ୍ରା; ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ ।
13. ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି ସେ ତୁମ୍ଭମାନଙ୍କର ଭୟ-ସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସ-ଭୂମି ହେଉନ୍ତୁ ।
14. ତହିଁରେ ସେ ପବିତ୍ର ଆଶ୍ରୟ ସ୍ଵରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ପାଶ ଓ ଫାନ୍ଦ ସ୍ଵରୂପ ହେବେ ।
15. ଆଉ, ଅନେକ ଲୋକ ତଦ୍ଦ୍ଵାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ ।
16. ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର ।
17. ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି ।
18. ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ଵାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ଅଟୁ।
19. ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ଵରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବୋ?
20. ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର । ଯେବେ ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ ।
21. ପୁଣି, ସେମାନେ ଅତି କ୍ଳିଷ୍ଟ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ଵାରା ଓ ଆପଣା-ମାନଙ୍କ ପରମେଶ୍ଵରଙ୍କ ଦ୍ଵାରା ଅଭିଶାପ ଦେଇ ଊର୍ଦ୍ଧ୍ଵ ଆଡ଼କୁ ଆପଣା ଆପଣା ମୁଖ କରିବେ;
22. ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ ।

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 66
ଯିଶାଇୟ 8
1 ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏକ ଖଣ୍ତ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି); 2 ଆଉ, ମୁଁ ପ୍ରମାଣର ନିମନ୍ତେ ଉରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ସଖରିଅକୁ ଆପଣାର ବିଶ୍ଵସ୍ତ ସାକ୍ଷୀ କରିବି । 3 ଅନନ୍ତର ମୁଁ ଭବିଷ୍ୟଦ୍ବକ୍ତ୍ରୀଠାରେ ଗମନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା । ତେବେ ସଦାପ୍ରଭୁ ମୋତେ କହିଲେ, ତାହାର ନାମ ମହେରଶାଲଲହାଶ୍-ବସ୍ ରଖ । 4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦାମାସ୍କସ୍ ଧନ ଓ ଶମରୀୟାର ଲୁଟ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ । 5 ଅନନ୍ତର ସଦାପ୍ରଭୁ ମୋତେ ପୁନର୍ବାର କହିଲେ, 6 ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; 7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ ଓ ଅପାର ଜଳ ସ୍ଵରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ; 8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ଵାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ । 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ । 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ନୋହିବ; ଯେହେତୁ ପରମେଶ୍ଵର ଆମ୍ଭମାନଙ୍କ ସହିତ ଅଛନ୍ତି । 11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ, 12 ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରା; ବୋଲି କହିବେ; ତୁମ୍ଭେମାନେ ସେସବୁକୁ ଚକ୍ରା; ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ । 13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି ସେ ତୁମ୍ଭମାନଙ୍କର ଭୟ-ସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସ-ଭୂମି ହେଉନ୍ତୁ । 14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ଵରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ପାଶ ଓ ଫାନ୍ଦ ସ୍ଵରୂପ ହେବେ । 15 ଆଉ, ଅନେକ ଲୋକ ତଦ୍ଦ୍ଵାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ । 16 ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର । 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି । 18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ଵାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ଅଟୁ। 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ଵରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବୋ? 20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର । ଯେବେ ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ । 21 ପୁଣି, ସେମାନେ ଅତି କ୍ଳିଷ୍ଟ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ଵାରା ଓ ଆପଣା-ମାନଙ୍କ ପରମେଶ୍ଵରଙ୍କ ଦ୍ଵାରା ଅଭିଶାପ ଦେଇ ଊର୍ଦ୍ଧ୍ଵ ଆଡ଼କୁ ଆପଣା ଆପଣା ମୁଖ କରିବେ; 22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 66
Common Bible Languages
West Indian Languages
×

Alert

×

oriya Letters Keypad References