ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ପୁନର୍ବାର ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା ।
2. ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି ।
3. ତହୁଁ ସଦାପ୍ରଭୁ ଶୟତାନଙ୍କୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏଯାଏ ଆପଣା ସରଳତା ଦୃଢ଼ କରି ଧରିଅଛି ।
4. ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ଵ ଦେବ ।
5. ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ ।
6. ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର ।
7. ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ମହାଜ୍ଵାଳାଜନକ ବିସ୍ଫୋଟକରେ ତାହାକୁ ଆଘାତ କଲା ।
8. ଏଣୁ ସେ ସର୍ବାଙ୍ଗ କୁଣ୍ତାଇବା ପାଇଁ ଖଣ୍ତେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା ।
9. ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, ତୁମ୍ଭେ କି ଏଯାଏ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ଵରଙ୍କୁ ପରିତ୍ୟାଗ କରି ମର ।
10. ସେ ତାହାକୁ କହିଲା, ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛଣ! କଅଣ? ଆମ୍ଭେମାନେ କି ପରମେଶ୍ଵରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା? ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ? ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ ।
11. ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ଵ ସ୍ଵ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ଵନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ ।
12. ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ଵରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ ।
13. ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 42
1 ପୁନର୍ବାର ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା । 2 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି । 3 ତହୁଁ ସଦାପ୍ରଭୁ ଶୟତାନଙ୍କୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏଯାଏ ଆପଣା ସରଳତା ଦୃଢ଼ କରି ଧରିଅଛି । 4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ଵ ଦେବ । 5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ । 6 ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର । 7 ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ମହାଜ୍ଵାଳାଜନକ ବିସ୍ଫୋଟକରେ ତାହାକୁ ଆଘାତ କଲା । 8 ଏଣୁ ସେ ସର୍ବାଙ୍ଗ କୁଣ୍ତାଇବା ପାଇଁ ଖଣ୍ତେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା । 9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, ତୁମ୍ଭେ କି ଏଯାଏ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ଵରଙ୍କୁ ପରିତ୍ୟାଗ କରି ମର । 10 ସେ ତାହାକୁ କହିଲା, ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛଣ! କଅଣ? ଆମ୍ଭେମାନେ କି ପରମେଶ୍ଵରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା? ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ? ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ । 11 ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ଵ ସ୍ଵ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ଵନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ । 12 ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚୈଃସ୍ଵରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ । 13 ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 42
×

Alert

×

Oriya Letters Keypad References