ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମୀଖା
1. ଯିହୁଦା ଦେଶୀୟ ଯୋଥମ୍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ ।
2. ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ ।
3. କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀ-ସକଳ ଉପରେ ଗମନ କରିବେ ।
4. ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ ।
5. କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ-ବଂଶର ପାପ ସକାଶୁ ଏସବୁ ହେଉଅଛି । ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ? ସେସବୁ କି ଯିରୂଶାଲମ ନୁହେଁ?
6. ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା ।
7. ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ତ ଖଣ୍ତ କରାଯିବ ଓ ତାହାର ବର୍ତ୍ତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ଵଂସ କରିବା; କାରଣ ବେଶ୍ୟାର ବର୍ତ୍ତନ ଦ୍ଵାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବର୍ତ୍ତନ ହୋଇଯିବ ।
8. ଏଥି ସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ବିବସ୍ତ୍ର ଓ ଉଲଙ୍ଗ ହୋଇ ବୁଲିବା; ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ର ପକ୍ଷୀ ପରି ଶୋକ କରିବା ।
9. କାରଣ ତାହାର କ୍ଷତ ଅପ୍ରତିକାର୍ଯ୍ୟ; ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ହିଁ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ଵାର, ଯିରୂଶାଲମ ପର୍ଯ୍ୟନ୍ତ ହିଁ ପହଞ୍ଚୁଅଛି ।
10. ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, କିଛି ହିଁ ରୋଦନ କର ନାହିଁ; ବୈଥ୍-ଲି-ଅଫ୍ରାରେ ଆମ୍ଭେ ଧୂଳିରେ ଗଡ଼ିଅଛୁ ।
11. ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ଵନ ହରଣ କରିବ ।
12. କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି ।
13. ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ଵ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ଵରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞାଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା ।
14. ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ; ଅକ୍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ ।
15. ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ ।
16. ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ତନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି ।

Notes

No Verse Added

Total 7 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 7
1 2 3 4 5 6 7
ମୀଖା 1
1 ଯିହୁଦା ଦେଶୀୟ ଯୋଥମ୍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ । 2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ । 3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀ-ସକଳ ଉପରେ ଗମନ କରିବେ । 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ । 5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ-ବଂଶର ପାପ ସକାଶୁ ଏସବୁ ହେଉଅଛି । ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ? ସେସବୁ କି ଯିରୂଶାଲମ ନୁହେଁ? 6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା । 7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ତ ଖଣ୍ତ କରାଯିବ ଓ ତାହାର ବର୍ତ୍ତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ଵଂସ କରିବା; କାରଣ ବେଶ୍ୟାର ବର୍ତ୍ତନ ଦ୍ଵାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବର୍ତ୍ତନ ହୋଇଯିବ । 8 ଏଥି ସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ବିବସ୍ତ୍ର ଓ ଉଲଙ୍ଗ ହୋଇ ବୁଲିବା; ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ର ପକ୍ଷୀ ପରି ଶୋକ କରିବା । 9 କାରଣ ତାହାର କ୍ଷତ ଅପ୍ରତିକାର୍ଯ୍ୟ; ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ହିଁ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ଵାର, ଯିରୂଶାଲମ ପର୍ଯ୍ୟନ୍ତ ହିଁ ପହଞ୍ଚୁଅଛି । 10 ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, କିଛି ହିଁ ରୋଦନ କର ନାହିଁ; ବୈଥ୍-ଲି-ଅଫ୍ରାରେ ଆମ୍ଭେ ଧୂଳିରେ ଗଡ଼ିଅଛୁ । 11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ଵନ ହରଣ କରିବ । 12 କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି । 13 ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ଵ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ଵରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞାଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା । 14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ; ଅକ୍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ । 15 ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ । 16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ତନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି ।
Total 7 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 7
1 2 3 4 5 6 7
Common Bible Languages
West Indian Languages
×

Alert

×

oriya Letters Keypad References