ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ
1. ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯନିପୂର୍ବକ ବିବେଚନା କର ।
2. ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ ।
3. ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ ।
4. ଧନୀ ହେବା ପାଇଁ ଆପଣାକୁ କ୍ଳା; କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷା; ହୁଅ ।
5. ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ ।
6. କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ;
7. କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ ।
8. ତୁମ୍ଭେ ଯେଉଁ କଳକ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ ।
9. ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ ।
10. ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ ।
11. କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
12. ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ ।
13. ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ ।
14. ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ ।
15. ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ ।
16. ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ ।
17. ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
18. କାରଣ ପୁରସ୍କାର ନିତା; ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ ।
19. ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ ।
20. ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ ।
21. କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ ।
22. ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ ।
23. ସତ୍ୟତା କିଣ, ପୁଣି ତାହା ବିକ ନାହିଁ; ଜ୍ଞାନ ଓ ଉପଦେଶ ଓ ସୁବିବେଚନା (କିଣ) ।
24. ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ ।
25. ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ ।
26. ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ ।
27. କାରଣ ବେଶ୍ୟା ଗଭୀର ଖାତ, ପୁଣି ପର-ସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ ।
28. ଆହୁରି ସେ ଡକାୟତ ପରି ଛକି ବସେ, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ଵାସଘାତକମାନଙ୍କ ସଂଖ୍ୟା ବଢ଼ାଏ ।
29. କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁଣ?
30. ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର ।
31. ଦ୍ରାକ୍ଷାରସ ରଙ୍ଗିୟା ହେଲେ ଓ ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ ।
32. ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ ।
33. ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ ।
34. ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ ।
35. ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି ।

ରେକର୍ଡଗୁଡିକ

Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 31
1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯନିପୂର୍ବକ ବିବେଚନା କର । 2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ । 3 ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ । 4 ଧନୀ ହେବା ପାଇଁ ଆପଣାକୁ କ୍ଳା; କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷା; ହୁଅ । 5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ । 6 କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ; 7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ । 8 ତୁମ୍ଭେ ଯେଉଁ କଳକ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ । 9 ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ । 10 ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ । 11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ। 12 ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ । 13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ । 14 ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ । 15 ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ । 16 ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ । 17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ। 18 କାରଣ ପୁରସ୍କାର ନିତା; ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ । 19 ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ । 20 ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ । 21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ । 22 ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ । 23 ସତ୍ୟତା କିଣ, ପୁଣି ତାହା ବିକ ନାହିଁ; ଜ୍ଞାନ ଓ ଉପଦେଶ ଓ ସୁବିବେଚନା (କିଣ) । 24 ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ । 25 ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ । 26 ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ । 27 କାରଣ ବେଶ୍ୟା ଗଭୀର ଖାତ, ପୁଣି ପର-ସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ । 28 ଆହୁରି ସେ ଡକାୟତ ପରି ଛକି ବସେ, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ଵାସଘାତକମାନଙ୍କ ସଂଖ୍ୟା ବଢ଼ାଏ ।
29 କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁଣ?
30 ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର । 31 ଦ୍ରାକ୍ଷାରସ ରଙ୍ଗିୟା ହେଲେ ଓ ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ । 32 ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ । 33 ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ । 34 ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ । 35 ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 31
×

Alert

×

Oriya Letters Keypad References