ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି?
2. ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
3. ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ତାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ ।
4. ଯେ ସ୍ଵର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ ।
5. ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
6. ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି ।
7. ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ ।
8. ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା ।
9. ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ ।
10. ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର ।
11. ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର ।
12. ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 150
ଗୀତସଂହିତା 2:1
1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି? 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, 3 ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ତାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ । 4 ଯେ ସ୍ଵର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ । 5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ; 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି । 7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ । 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା । 9 ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ । 10 ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର । 11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର । 12 ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 150
Common Bible Languages
West Indian Languages
×

Alert

×

oriya Letters Keypad References