ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ ।
2. ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ ।
3. ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ ।
4. ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ ।
5. କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ ।
6. ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି ।
7. ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି ।
8. ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି ।
9. ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
10. ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ ।
11. ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ,
12. ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 150
1 ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ । 2 ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ । 3 ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ । 4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ । 5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ । 6 ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି । 7 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି । 8 ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି । 9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ? 10 ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ । 11 ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, 12 ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 150
×

Alert

×

Oriya Letters Keypad References