ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା । ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା ଓ ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ଵରଙ୍କ ଗୃହର ଭଣ୍ତାରରେ ରଖିଲେ ।
2. ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ ।
3. ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ-ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ ।
4. ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
5. ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ଵୁ ଓ ତମ୍ଵୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ ।
6. ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ତଳୀ ସିନ୍ଦୁକ ସମ୍ମୁଖରେ ଥାଇ ମେଷ ଓ ଗୋରୁ ବଳିଦାନ କଲେ, ବାହୁଲ୍ୟପ୍ରଯୁକ୍ତ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା ।
7. ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ଵୟର ପକ୍ଷ ତଳକୁ ଆଣିଲେ ।
8. ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ଵରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ ।
9. ପୁଣି ସେହି ସାଙ୍ଗୀ ଏତେ ଲମ୍ଵ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି ।
10. ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ୍ ନିକଟରେ ଯେଉଁ ଦୁଇ ପ୍ରସ୍ତରଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତଦ୍ଭିନ୍ନ ତହିଁରେ ଆଉ କିଛି ନ ଥିଲା ।
11. ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ ।
12. ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ୍, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
13. ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ଵରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ଵରରେ ତାହାଙ୍କର ପ୍ରଶଂସାଧ୍ଵନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା ପ୍ର.ବଂ. ୧୬:୩୪,୪୧
14. ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 36
ଦିତୀୟ ବଂଶାବଳୀ 5:32
1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା । ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା ଓ ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ଵରଙ୍କ ଗୃହର ଭଣ୍ତାରରେ ରଖିଲେ । 2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ । 3 ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ-ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ । 4 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ। 5 ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ଵୁ ଓ ତମ୍ଵୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ । 6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ତଳୀ ସିନ୍ଦୁକ ସମ୍ମୁଖରେ ଥାଇ ମେଷ ଓ ଗୋରୁ ବଳିଦାନ କଲେ, ବାହୁଲ୍ୟପ୍ରଯୁକ୍ତ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା । 7 ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ଵୟର ପକ୍ଷ ତଳକୁ ଆଣିଲେ । 8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ଵରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ । 9 ପୁଣି ସେହି ସାଙ୍ଗୀ ଏତେ ଲମ୍ଵ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି । 10 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ୍ ନିକଟରେ ଯେଉଁ ଦୁଇ ପ୍ରସ୍ତରଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତଦ୍ଭିନ୍ନ ତହିଁରେ ଆଉ କିଛି ନ ଥିଲା । 11 ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ । 12 ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ୍, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ, 13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ଵରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ଵରରେ ତାହାଙ୍କର ପ୍ରଶଂସାଧ୍ଵନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା ପ୍ର.ବଂ. ୧୬:୩୪,୪୧ 14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 36
Common Bible Languages
West Indian Languages
×

Alert

×

oriya Letters Keypad References