ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର ।
2. ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ ।
3. ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ ।
4. କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ ।
5. ଭକ୍ତଗଣ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ । ସେମାନଙ୍କ କଣ୍ଠରେ ପରମେଶ୍ଵରଙ୍କ ଉଚ୍ଚ ପ୍ରଶଂସା ଥାଉ;
6. ପୁଣି, ସେମାନଙ୍କ ହସ୍ତରେ ଦ୍ଵିବିଧ ଖଡ଼୍‍ଗ ଥାଉ ।
7. ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
8. ସେମାନଙ୍କ ରାଜଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,
9. ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 149 / 150
ଗୀତସଂହିତା 149:82
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର । 2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ । 3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ । 4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ । 5 ଭକ୍ତଗଣ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ । ସେମାନଙ୍କ କଣ୍ଠରେ ପରମେଶ୍ଵରଙ୍କ ଉଚ୍ଚ ପ୍ରଶଂସା ଥାଉ; 6 ପୁଣି, ସେମାନଙ୍କ ହସ୍ତରେ ଦ୍ଵିବିଧ ଖଡ଼୍‍ଗ ଥାଉ । 7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, 8 ସେମାନଙ୍କ ରାଜଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, 9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 149 / 150
Common Bible Languages
West Indian Languages
×

Alert

×

oriya Letters Keypad References