ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ ।
2. ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ ।
3. ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ ।
4. ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ ।
5. ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ ।
6. ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ ।
7. ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି ।
8. ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ ।
9. ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ ।
10. ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ ।
11. ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି ।
12. ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
13. ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର ।
14. ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ ।
15. ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି ।
16. ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ ।
17. ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ ।
18. ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି ।
19. ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି ।
20. ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ ।
21. ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ ।
22. ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 34 / 150
1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ । 2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ । 3 ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ । 4 ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ । 5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ । 6 ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ । 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି । 8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ । 9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ । 10 ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ । 11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି । 12 ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ? 13 ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର । 14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ । 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି । 16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ । 17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ । 18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି । 19 ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି । 20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ । 21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ । 22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 34 / 150
×

Alert

×

Oriya Letters Keypad References