1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ପ୍ରେମ ଗୀତ । ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ ।
|
2. ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି ।
|
4. ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ ।
|
7. ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
|
8. ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି ।
|
9. ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି ।
|
12. ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ ।
|
14. ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ ।
|
17. ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ ।
|