1. ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର ।
|
2. ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି ।
|
5. ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ ।
|
6. ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା ।
|
8. ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର ।
|