ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର ।
2. ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି ।
3. ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ ।
4. ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ । [ସେଲା
5. ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ ।
6. ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା ।
7. ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ ।
8. ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର ।
9. କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
10. ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ?
11. ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା ।
12. ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 60 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର । 2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି । 3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ । 4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ । [ସେଲା 5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ । 6 ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା । 7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ । 8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର । 9 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି? 10 ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? 11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା । 12 ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 60 / 150
×

Alert

×

Oriya Letters Keypad References