ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରୂତର ବିବରଣ
1. ଏଥି ଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, ଆଗୋ ମୋହର କନ୍ୟେ, ଯହିଁରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?
2. ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି ।
3. ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ଆପଣା (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ଆପଣାର ପରିଚୟ ଦିଅ ନାହିଁ ।
4. ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ ।
5. ସେ ଉତ୍ତର କଲା, ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି ।
6. ଏଣୁ ସେ ସେହି ଖଳାକୁ ଯାଇ ଆପଣା ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା ।
7. ପୁଣି ଭୋଜନପାନ ସାରି ବୋୟଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ୍ତ କରି ଶୟନ କଲା ।
8. ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି । ତହିଁରେ ସେ ପଚାରିଲା, ତୁମ୍ଭେ କିଏ?
9. ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି ।
10. ସେ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ ।
11. ଏଣୁ ଆଗୋ ମୋହର କନ୍ୟେ, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
12. ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି । ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି⇧ ।
13. ଏହି ରାତ୍ରି ଥାଅ; ପ୍ରାତଃକାଳରେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ପ୍ରାତଃକାଳ ପର୍ଯ୍ୟନ୍ତ ଶୟନ କର ।
14. ତହିଁରେ ରୂତ ପ୍ରାତଃକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା; କାରଣ ବୋୟଜ କହିଲା, ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ ।
15. ସେ ଆହୁରି କହିଲା, ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର; ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା ।
16. ତହୁଁ ରୂତ ଆପଣା ଶାଶୁ ନିକଟକୁ ଆସନ୍ତେ, ସେ କହିଲା, ଆଗୋ ଆମ୍ଭର କନ୍ୟେ, କଅଣ ହେଲା? ତହିଁରେ ସେ ଆପଣା ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜ୍ଞାତ କରାଇଲା ।
17. ପୁଣି ଆହୁରି କହିଲା, ଶାଶୁ ନିକଟକୁ ରିକ୍ତ ହସ୍ତରେ ନ ଯାଅ ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି ।
18. ତହୁଁ ତାହାର ଶାଶୁ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସାଙ୍ଗ ନ କରି ବିଶ୍ରାମ କରିବ ନାହିଁ ।

Notes

No Verse Added

Total 4 Chapters, Current Chapter 3 of Total Chapters 4
1 2 3 4
ରୂତର ବିବରଣ 3:4
1. ଏଥି ଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, ଆଗୋ ମୋହର କନ୍ୟେ, ଯହିଁରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?
2. ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି
3. ଏଣୁ ତୁମ୍ଭେ ଏବେ ସ୍ନାନ କର ତୈଳ ମର୍ଦ୍ଦନ କର ଆପଣା (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ସାରିବା ପର୍ଯ୍ୟନ୍ତ ତାହାକୁ ଆପଣାର ପରିଚୟ ଦିଅ ନାହିଁ
4. ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ
5. ସେ ଉତ୍ତର କଲା, ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି
6. ଏଣୁ ସେ ସେହି ଖଳାକୁ ଯାଇ ଆପଣା ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା
7. ପୁଣି ଭୋଜନପାନ ସାରି ବୋୟଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ୍ତ କରି ଶୟନ କଲା
8. ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି ତହିଁରେ ସେ ପଚାରିଲା, ତୁମ୍ଭେ କିଏ?
9. ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି
10. ସେ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ
11. ଏଣୁ ଆଗୋ ମୋହର କନ୍ୟେ, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
12. ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି⇧
13. ଏହି ରାତ୍ରି ଥାଅ; ପ୍ରାତଃକାଳରେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ପ୍ରାତଃକାଳ ପର୍ଯ୍ୟନ୍ତ ଶୟନ କର
14. ତହିଁରେ ରୂତ ପ୍ରାତଃକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା; କାରଣ ବୋୟଜ କହିଲା, ଖଳାକୁ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ଯାଉ
15. ସେ ଆହୁରି କହିଲା, ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର; ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା
16. ତହୁଁ ରୂତ ଆପଣା ଶାଶୁ ନିକଟକୁ ଆସନ୍ତେ, ସେ କହିଲା, ଆଗୋ ଆମ୍ଭର କନ୍ୟେ, କଅଣ ହେଲା? ତହିଁରେ ସେ ଆପଣା ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜ୍ଞାତ କରାଇଲା
17. ପୁଣି ଆହୁରି କହିଲା, ଶାଶୁ ନିକଟକୁ ରିକ୍ତ ହସ୍ତରେ ଯାଅ ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି
18. ତହୁଁ ତାହାର ଶାଶୁ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି କର୍ମ ସାଙ୍ଗ କରି ବିଶ୍ରାମ କରିବ ନାହିଁ
Total 4 Chapters, Current Chapter 3 of Total Chapters 4
1 2 3 4
×

Alert

×

oriya Letters Keypad References