ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ରାଜାବଳୀ
1. ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ଵିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ ।
2. ପୁଣି ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ ।
3. ଆଉ ଗୃହର ପବିତ୍ର-ସ୍ଥାନ ସମ୍ମୁଖସ୍ଥ ବରଣ୍ତା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା ।
4. ପୁଣି ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ ।
5. ପୁଣି ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ଗର୍ଭାଗାରର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ ।
6. ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା । କାରଣ କଡ଼ିକାଠ ଯେପରି ଗୃହକାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହକାନ୍ଥର ବାହାର ଭାଗରେ ଆଧାର କଲେ ।
7. ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି ବଟାଳି, କୌଣସି ଲୌହାସ୍ତ୍ରର ଶଦ୍ଦ ଶୁଣା ନ ଗଲା ।
8. ମଧ୍ୟମ କୋଠରିମାନର ଦ୍ଵାର ଗୃହର ଦକ୍ଷିଣଭାଗରେ ଥିଲା; ପୁଣି ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକି ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକି ଚଢ଼ି ଗଲେ ।
9. ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ ଓ ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ ।
10. ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ଵାରା ଗୃହ ଉପରେ ସେସବୁର ଭାର ରହିଲା ।
11. ଅନନ୍ତର ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
12. ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯେବେ ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା ।
13. ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ ।
14. ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ ।
15. ସେ ଭିତରେ ଗୃହ-କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ ।
16. ପୁଣି ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ଗର୍ଭାଗାର, ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ ।
17. ତହିଁରେ ଗୃହ, ଅର୍ଥାତ୍, ଗର୍ଭାଗାରର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା ।
18. ପୁଣି ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ଫୁଟିତ ପୁଷ୍ପ ଖୋଳିଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା ।
19. ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ଗର୍ଭାଗାର ପ୍ରସ୍ତୁତ କଲେ ।
20. ଆଉ ସେହି ଗର୍ଭାଗାର ଭିତର କୋଡ଼ିଏ ହାତ ଦୀର୍ଘ ଓ କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ ।
21. ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ଗର୍ଭାଗାର ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ ।
22. ପୁଣି ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ଗର୍ଭାଗାରର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ ।
23. ପୁଣି ସେ ଗର୍ଭାଗାର ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ ।
24. ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା ।
25. ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ ।
26. ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ହିଁ ସେହିପରି ଥିଲା ।
27. ପୁଣି ସେ ସେହି କିରୂବଦ୍ଵୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା ।
28. ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ ।
29. ପୁଣି ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ ।
30. ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ ।
31. ଆଉ ସେ ଗର୍ଭାଗାରର ପ୍ରବେଶ-ଦ୍ଵାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା ।
32. ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନର ଆକୃତି ଖୋଳିଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ ।
33. ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ଵାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
34. ଆଉ ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା ।
35. ପୁଣି ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ ।
36. ପୁଣି ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ ।
37. ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା ।
38. ପୁଣି ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା । ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 22
1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ଵିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ । 2 ପୁଣି ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ । 3 ଆଉ ଗୃହର ପବିତ୍ର-ସ୍ଥାନ ସମ୍ମୁଖସ୍ଥ ବରଣ୍ତା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା । 4 ପୁଣି ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ । 5 ପୁଣି ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ଗର୍ଭାଗାରର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ । 6 ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା । କାରଣ କଡ଼ିକାଠ ଯେପରି ଗୃହକାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହକାନ୍ଥର ବାହାର ଭାଗରେ ଆଧାର କଲେ । 7 ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି ବଟାଳି, କୌଣସି ଲୌହାସ୍ତ୍ରର ଶଦ୍ଦ ଶୁଣା ନ ଗଲା । 8 ମଧ୍ୟମ କୋଠରିମାନର ଦ୍ଵାର ଗୃହର ଦକ୍ଷିଣଭାଗରେ ଥିଲା; ପୁଣି ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକି ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକି ଚଢ଼ି ଗଲେ । 9 ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ ଓ ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ । 10 ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ଵାରା ଗୃହ ଉପରେ ସେସବୁର ଭାର ରହିଲା । 11 ଅନନ୍ତର ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, 12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯେବେ ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା । 13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ । 14 ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ । 15 ସେ ଭିତରେ ଗୃହ-କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ । 16 ପୁଣି ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ଗର୍ଭାଗାର, ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ । 17 ତହିଁରେ ଗୃହ, ଅର୍ଥାତ୍, ଗର୍ଭାଗାରର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା । 18 ପୁଣି ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ଫୁଟିତ ପୁଷ୍ପ ଖୋଳିଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା । 19 ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ଗର୍ଭାଗାର ପ୍ରସ୍ତୁତ କଲେ । 20 ଆଉ ସେହି ଗର୍ଭାଗାର ଭିତର କୋଡ଼ିଏ ହାତ ଦୀର୍ଘ ଓ କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ । 21 ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ଗର୍ଭାଗାର ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ । 22 ପୁଣି ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ଗର୍ଭାଗାରର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ । 23 ପୁଣି ସେ ଗର୍ଭାଗାର ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ । 24 ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା । 25 ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ । 26 ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ହିଁ ସେହିପରି ଥିଲା । 27 ପୁଣି ସେ ସେହି କିରୂବଦ୍ଵୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା । 28 ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ । 29 ପୁଣି ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ । 30 ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ । 31 ଆଉ ସେ ଗର୍ଭାଗାରର ପ୍ରବେଶ-ଦ୍ଵାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା । 32 ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନର ଆକୃତି ଖୋଳିଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ । 33 ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ଵାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ; 34 ଆଉ ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା । 35 ପୁଣି ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ଫୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ । 36 ପୁଣି ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ । 37 ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା । 38 ପୁଣି ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା । ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 22
×

Alert

×

Oriya Letters Keypad References