1. ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ ।
|
2. ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ । ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ ।
|
5. ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳ; ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ । ଅମ୍ମୋନ-ସନ୍ତାନଗଣ ଦ୍ଵିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ ।
|
7. ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି ।
|
9. ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ ।
|