ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହୋଶେୟ
1. ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ ।
2. ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା ।
3. ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ ।
4. ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି ।
5. ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ ।
6. ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ ।
7. ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ ।
8. ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ ।
9. ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ । ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ ।

ରେକର୍ଡଗୁଡିକ

Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 14
1 2 3 4 5 6 7 8 9 10 11 12 13 14
1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ । 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା । 3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ । 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି । 5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ । 6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ । 7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ । 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ । 9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ । ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References