ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. ବିନ୍ୟାମୀନ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କର ବାକ୍ୟ;
2. ଆମୋନର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା ।
3. ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ⇧ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା ।
4. ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
5. ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ⇧; ଆମ୍ଭେ ତୁମ୍ଭକୁ ନାନା ଦେଶୀୟ-ମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ ।
6. ଏଥିରେ ମୁଁ କହିଲି, ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖ, ମୁଁ କଥା କହି ଜାଣେ ନାହିଁ କାରଣ ମୁଁ ତ ବାଳକ ।
7. ମାତ୍ର ସଦାପ୍ରଭୁ ମୋତେ କହିଲେ, ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ ।
8. ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ ।
9. ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
10. ଦେଖ, ଉତ୍ପାଟନ ଓ ଭଗ୍ନ ଓ ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ ।
11. ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ବାଦାମ ବୃକ୍ଷର ଏକ ଦଣ୍ତ ଦେଖୁଅଛି ।
12. ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ ।
13. ପୁଣି, ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଗୋଟିଏ ରନ୍ଧା ହଣ୍ତା ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି) ।
14. ତହିଁରେ ସଦାପ୍ରଭୁ ମୋତେ କହିଲେ, ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ ।
15. କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ ।
16. ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ⇧ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା ।
17. ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା ।
18. କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର ଓ ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ଵରୂପ କଲୁ ।
19. ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ ।

Notes

No Verse Added

Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 52
ଯିରିମିୟ 1:39
1 ବିନ୍ୟାମୀନ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କର ବାକ୍ୟ; 2 ଆମୋନର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା । 3 ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ⇧ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା । 4 ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 5 ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ⇧; ଆମ୍ଭେ ତୁମ୍ଭକୁ ନାନା ଦେଶୀୟ-ମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ । 6 ଏଥିରେ ମୁଁ କହିଲି, ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖ, ମୁଁ କଥା କହି ଜାଣେ ନାହିଁ କାରଣ ମୁଁ ତ ବାଳକ । 7 ମାତ୍ର ସଦାପ୍ରଭୁ ମୋତେ କହିଲେ, ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ । 8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ । 9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ; 10 ଦେଖ, ଉତ୍ପାଟନ ଓ ଭଗ୍ନ ଓ ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ । 11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ବାଦାମ ବୃକ୍ଷର ଏକ ଦଣ୍ତ ଦେଖୁଅଛି । 12 ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ । 13 ପୁଣି, ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଗୋଟିଏ ରନ୍ଧା ହଣ୍ତା ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି) । 14 ତହିଁରେ ସଦାପ୍ରଭୁ ମୋତେ କହିଲେ, ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ । 15 କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ । 16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ⇧ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା । 17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା । 18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର ଓ ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ଵରୂପ କଲୁ । 19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ ।
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 52
Common Bible Languages
West Indian Languages
×

Alert

×

oriya Letters Keypad References