ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ
1. ଇଲୀହୂ ଆହୁରି କହିଲା,
2. ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ଵରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି ।
3. ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି;
4. କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ । ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି ।
5. ଦେଖ, ପରମେଶ୍ଵର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି ।
6. ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖ-ଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି ।
7. ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି ।
8. ପୁଣି, ଯେବେ ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି;
9. ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି ।
10. ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି ।
11. ଯେବେ ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ ।
12. ମାତ୍ର ସେମାନେ ନ ଶୁଣିଲେ, ଖଡ଼୍‍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ ।
13. ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ ।
14. ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ ।
15. ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ଵାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ଵାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ।
16. ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା ।
17. ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି ।
18. କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ଵାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ଵ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ ।
19. ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ?
20. ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ଵ ସ୍ଵ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ ।
21. ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହାହିଁ ମନୋନୀତ କରିଅଛ ।
22. ଦେଖ, ପରମେଶ୍ଵର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି?
23. କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ?
24. ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି ।
25. ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ ।
26. ଦେଖ, ପରମେଶ୍ଵର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ ।
27. କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ ।
28. ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ ।
29. ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ?
30. ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି ।
31. କାରଣ ସେ ଏସବୁ ଦ୍ଵାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି ।
32. ସେ ବିଦ୍ୟୁତରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି ।
33. ତହିଁର ଶଦ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି ।

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 42
1 ଇଲୀହୂ ଆହୁରି କହିଲା, 2 ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ଵରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି । 3 ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି; 4 କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ । ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି । 5 ଦେଖ, ପରମେଶ୍ଵର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି । 6 ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖ-ଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି । 7 ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି । 8 ପୁଣି, ଯେବେ ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି; 9 ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି । 10 ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି । 11 ଯେବେ ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ । 12 ମାତ୍ର ସେମାନେ ନ ଶୁଣିଲେ, ଖଡ଼୍‍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ । 13 ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ । 14 ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ । 15 ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ଵାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ଵାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି । 16 ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା । 17 ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି । 18 କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ଵାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ଵ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ । 19 ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ? 20 ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ଵ ସ୍ଵ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ । 21 ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହାହିଁ ମନୋନୀତ କରିଅଛ । 22 ଦେଖ, ପରମେଶ୍ଵର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି? 23 କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ? 24 ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି । 25 ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ । 26 ଦେଖ, ପରମେଶ୍ଵର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ । 27 କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ । 28 ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ । 29 ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ? 30 ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି । 31 କାରଣ ସେ ଏସବୁ ଦ୍ଵାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି । 32 ସେ ବିଦ୍ୟୁତରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି । 33 ତହିଁର ଶଦ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 42
×

Alert

×

Oriya Letters Keypad References