ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହୂଦାଙ୍କ ପତ୍ର
1. ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭ୍ରାତା, ଯେଉଁମାନେ ଆହୂତ ଓ ପିତା ଈଶ୍ଵରଙ୍କ ପ୍ରିୟପାତ୍ର, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ।, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି ।
2. ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ହେଉ ।
3. ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯନିଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ଵାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି ।
4. କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ ।
5. ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ଅବିଶ୍ଵାସ କଲେ, ପରେ ସେମାନଙ୍କୁ ବିନାଶ କଲେ ।
6. ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।
7. ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି ।
8. ତଥାପି ଏହି ସ୍ଵପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ଵ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି ।
9. କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ହୋଇ ନ ଥିଲେ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।
10. ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହିସବୁର ନିନ୍ଦା କରନ୍ତି, ପୁଣି ଅଜ୍ଞାନ ପଶୁ ପରି ଯାହା ଯାହା ସ୍ଵାଭାବିକ ଭାବେ ବୁଝନ୍ତି, ସେସବୁ ଦ୍ଵାରା ବିନଷ୍ଟ ହୁଅନ୍ତି ।
11. ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।
12. ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ଵରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟ ବୃକ୍ଷ ସଦୃଶ;
13. ସେମାନେ ଆପଣା ଆପଣା ଲଜ୍ଜା ସ୍ଵରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ କେତୁ ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଚିରକାଳ ରଖାଯାଇଅଛିା ।
14. ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
15. ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି ଅଧାର୍ମିକ ଲୋକସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ତ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି ।
16. ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।
17. କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;
18. ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ ।
19. ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ଵରଙ୍କ ଆତ୍ମାବିହୀନ ।
20. କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା-ମାନଙ୍କ ଅତି ପବିତ୍ର ବିଶ୍ଵାସ ଉପରେ ଆପଣାମାନଙ୍କର ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
21. ପୁଣି, ଅନ; ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ଵରଙ୍କ ପ୍ରେମରେ ଆପଣା-ମାନଙ୍କୁ ସ୍ଥିର କରି ରଖ ।
22. ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର ।
23. ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର ।
24. ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
25. ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍ ।
Total 1 ଅଧ୍ୟାୟଗୁଡ଼ିକ
1 ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭ୍ରାତା, ଯେଉଁମାନେ ଆହୂତ ଓ ପିତା ଈଶ୍ଵରଙ୍କ ପ୍ରିୟପାତ୍ର, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ।, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । 2 ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ହେଉ । 3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯନିଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ଵାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି । 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ । 5 ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ଅବିଶ୍ଵାସ କଲେ, ପରେ ସେମାନଙ୍କୁ ବିନାଶ କଲେ । 6 ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି । 7 ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି । 8 ତଥାପି ଏହି ସ୍ଵପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ଵ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି । 9 କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ହୋଇ ନ ଥିଲେ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ । 10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହିସବୁର ନିନ୍ଦା କରନ୍ତି, ପୁଣି ଅଜ୍ଞାନ ପଶୁ ପରି ଯାହା ଯାହା ସ୍ଵାଭାବିକ ଭାବେ ବୁଝନ୍ତି, ସେସବୁ ଦ୍ଵାରା ବିନଷ୍ଟ ହୁଅନ୍ତି । 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି । 12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ଵରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟ ବୃକ୍ଷ ସଦୃଶ; 13 ସେମାନେ ଆପଣା ଆପଣା ଲଜ୍ଜା ସ୍ଵରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ କେତୁ ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଚିରକାଳ ରଖାଯାଇଅଛିା । 14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ, 15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି ଅଧାର୍ମିକ ଲୋକସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ତ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି । 16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି । 17 କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର; 18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ । 19 ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ଵରଙ୍କ ଆତ୍ମାବିହୀନ । 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା-ମାନଙ୍କ ଅତି ପବିତ୍ର ବିଶ୍ଵାସ ଉପରେ ଆପଣାମାନଙ୍କର ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର, 21 ପୁଣି, ଅନ; ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ଵରଙ୍କ ପ୍ରେମରେ ଆପଣା-ମାନଙ୍କୁ ସ୍ଥିର କରି ରଖ । 22 ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର । 23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର । 24 ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ, 25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍ ।
Total 1 ଅଧ୍ୟାୟଗୁଡ଼ିକ
Common Bible Languages
West Indian Languages
×

Alert

×

Oriya Letters Keypad References