4. କିଏ ସ୍ଵର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।
|
8. ଅସାରତା ଓ ମିଥ୍ୟାକଥା ମୋʼଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର ।
|
9. ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ଵୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ଵରଙ୍କର ନାମ ମିଥ୍ୟାରେ ନେବି ।
|
14. ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦ; ଖଡ଼୍ଗ ପରି ଓ କଳଦ; ଛୁରୀ ପରି, ଏପରି ଏକ ବଂଶ ଅଛି ।
|
15. ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ । ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା ।
|
17. ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ ।
|
19. ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି ।
|
32. ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ ।
|
33. କାରଣ ଯଦ୍ରୂପ ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ ।
|